ଗ୍ୱାଲିଅର: ଅଶୁଭ ମଙ୍ଗଳବାର । ଦୁର୍ଘଟଣା ନେଲା ୧୩ ଜୀବନ । ଆଉ ୩ ଜଣ ଗୁରୁତର ଅଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଟୋ ଓ ବସ୍ ମଧ୍ୟରେ ଧକ୍କା ହେବାରୁ ଘଟଣାସ୍ଥଳରେ ପ୍ରଥମେ ୧୦ ଜଣ ପ୍ରାଣ ହରାଇଛନ୍ତି । ହସ୍ପିଟାଲ ନେବା ରାସ୍ତାରେ ଆଉ ୩ ଜଣଙ୍କର ମୃତ୍ୟୁ ହୋଇଛି । ଗ୍ୱାଲିଅରର ପୁରାନୀ ଛଓ୍ୱାନୀ ଅଞ୍ଚଳରେ ଆଜି ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଛି ।
ମୃତକଙ୍କ ଭିତରେ ୧୨ ଜଣ ମହିଳା ଓ ଅଟୋ ଡ୍ରାଇଭର ଅଛନ୍ତି । ମୃତ ମହିଳାମାନେ ଅଙ୍ଗନାବଡ଼ି ପାଇଁ ରୋଷେଇ କରନ୍ତି । କାମ ସାରି ଅଟୋରେ ଫେରୁଥିବା ବେଳେ ବସ୍ ସହ ଧକ୍କା ହୋଇଥିଲା । ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୪ଲକ୍ଷ ଟଙ୍କା ଲେଖାଏ ଓ ଆହତଙ୍କୁ ୫୦ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଦେବାକୁ ଘୋଷଣା କରିଛନ୍ତି ।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.