Latest Odisha News

BREAKING NEWS

ଯୋଧପୁରରେ ବସ- କ୍ୟାମ୍ପର ମୁହାଁମୁହିଁ ଧକ୍କା; ୧୩ ମୃତ, ୯ ଗୁରୁତର

ଯୋଧପୁର: ରାଜସ୍ଥାନର ଯୋଧପୁର-ଜୈସଲମର୍‌ ରାସ୍ତାରେ ଶୁକ୍ରବାର ଦିନ ଏକ ବସ ଓ କ୍ୟାମ୍ପର ମୁହାଁମୁହିଁ ଧକ୍କା ହେବା ଫଳରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତୀତ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସ୍ଥାନୀୟ ଲୋକେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲ୍‌କୁ ନେଇ ଯାଇଥିଲେ। ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଡାକ୍ତର ୧୩ ଜଣଙ୍କୁ ମୃତ ଘୋଷଣା କରିଥିଲେ।

Comments are closed.