Latest Odisha News

BREAKING NEWS

ଓଡ଼ିଶାରୁ ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ, ୧୧ ଜଣଙ୍କୁ ଉଲ୍ଲେଖନୀୟ ସେବା ପଦକ

ନୂଆଦିଲ୍ଲୀ: ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା । ପୋଲିସ ବିଭାଗରେ ବିଭିନ୍ନ ଉଲ୍ଲେଖନୀୟ ସେବା ପାଇଁ ପୁରସ୍କାର ପ୍ରଦାନ କରାଯିବ । ଗୁଇନ୍ଦା ନିର୍ଦ୍ଦେଶକ ଆର. କେ .ଶର୍ମା ଓ ବିଏସ୍‌ଏପି ଡେପୁଟୀ ସୁବେଦାର ବୁଦ୍ଧ ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ମିଳିବ । ସେମାନଙ୍କୁ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ପୋଲିସ ଡିଜି ଅଭୟ ।

ସେହିପରି ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କ ନାଁ ପୋଲିସ ପଦକ ପାଇଁ ଘୋଷଣା କରାଯାଇଛି । ଆଇନ ଶୃଙ୍ଖଳା ପାଇଁ ଆଇଜି ପ୍ରବୀଣ କୁମାର, ଏଏସପି ରବୀନ୍ଦ୍ର ଦାସ, ଏଏସପି ଭବାନୀ ଶଙ୍କର ମିଶ୍ର, ଡେପୁଟୀ କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସିପି ପ୍ରକାଶ ପାଲ, ଏଏସଆଇ ମନୋରଞ୍ଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ୍ ନାଶିରୁଦ୍ଦିନ, କନଷ୍ଟେବଲ ଗୌତମ ପାତ୍ର ପ୍ରମୁଖ ପୋଲିସ ପଦକ ପାଇବେ ।

Leave A Reply

Your email address will not be published.