Latest Odisha News

ଓଡ଼ିଶାରୁ ଦିନକରେ ୧୩୨ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୨୩ ଜଣ ରହିଛନ୍ତି। ତା’ ତଳକୁ ପୁରୀରୁ ୨୦ ଜଣ ରହିଛନ୍ତି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୬ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୧ ହଜାର ୬୬୭ରେ ପହଞ୍ଚିଛି।

ତେବେ ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୨୩୦ ସେସନ୍ ସାଇଟରେ କୋଭିଡ୍ ଟୀକାକରଣ ହୋଇଛି। ଆଜି ୧୯୭୭୦ ଜଣ ସ୍ବାସ୍ଥ୍ୟସେବା ହିତାଧିକାରୀଙ୍କୁ ଟୀକା ଦେବା ଲକ୍ଷ୍ୟ ରଖାଯାଇଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ମୋଟ ୧୫୮୩୧ ଜଣ ହିତାଧିକାରୀ (୮୦%) ଟୀକା ନେଇଛନ୍ତି। କୌଣସି ପାର୍ଶ୍ବ ପ୍ରତିକ୍ରିୟା ଦୃଷ୍ଟିଗୋଚର ହୋଇନାହିଁ।

Leave A Reply

Your email address will not be published.