Latest Odisha News

BREAKING NEWS

ଭୁବନେଶ୍ୱରରେ ୪ ହଜାର ଟପିଲା କରୋନା ସଂକ୍ରମଣ; ପୁଣି ୧୩୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୩୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।

ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୯୬ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୩୭ଟି ସ୍ଥାନୀୟ ମାମଲା ରହିଛି । ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୪୦୬୨ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୩୬୭ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୬୭୩ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୨୦ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ଓଡିଶାର ୨୯ ଜିଲ୍ଲାରୁ ନୂଆ ୧୫୨୮ କରୋନା ଆକ୍ରାନ୍ତ ଚିହ୍ନଟ

Leave A Reply

Your email address will not be published.