Latest Odisha News

ଓଡିଶାରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୩୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୩୮୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୫୪ ଜଣ ଏନଡିଆରଏଫ୍ ଓ ଓଡ୍ରାଫ୍ ଟିମର କର୍ମଚାରୀ ରହିଛନ୍ତି । ଯେଉଁମାନେ କି ନିକଟ ଅତୀତରେ ବାତ୍ୟା ଅମ୍ଫାନ ସହାୟତା ଲାଗି ଯାଇଥିଲେ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୦୯୨ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୨୮୨ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.