Latest Odisha News

BREAKING NEWS

ଭୁବନେଶ୍ୱରରୁ ୧୩୭ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ଛୁଇଁଲା ୨୫୦୨

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ ବିପଦ ବଢ଼ିବାରେ ଲାଗିଛି । ପ୍ରତିଦି ଶହେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଆଜି ପୁଣି ଭୁବନେଶ୍ୱରରୁ ୧୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୭୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱରରୁ ବର୍ତ୍ତମାନ ସୁଦ୍ଧା ୨୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୨୧୬ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି । ୧୨୭୧ ଆକ୍ଟିଭ କେସ୍ ରହିଛି ।

Leave A Reply

Your email address will not be published.