Latest Odisha News

ରାଜ୍ୟରେ ଆଉ ୧୩୮ ପିଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୬୬୭

ଭୁବନେଶ୍ବର : ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତ ୨୪ ଘଣ୍ଟା ମଧ୍ୟରେ ୧୩୮ କରୋନା ପିଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୬୬୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । 

ନୂଆ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱରରୁ ୬, ବରଗଡ଼ରୁ ୭, ଭଦ୍ରକରୁ ୪ଜଣ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ରୁ ୨ଜଣ, ଗଜପତିରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁରରୁ ୪, ଯାଜପୁରରୁ ୬ଜଣ, ଝାରସୁଗୁଡ଼ାରୁ ୪, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝରରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୩ଜଣ, ନୂଆପଡ଼ାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୯ଜଣ, ସୋନପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ରାଜ୍ୟରେ ଏବେ ୧୨୮୧ ଟି ଆକ୍ଟିଭ୍‌ କେସ୍‌ ରହିଛି । ୩୩୧୪୨୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୬୧୨୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

 

Leave A Reply

Your email address will not be published.