Latest Odisha News

BREAKING NEWS

ରାଜ୍ୟରେ ୩ ଲକ୍ଷ ମୁହାଁ ସଂକ୍ରମିତଙ୍କ ସଂଖ୍ୟା, ଆଉ ୧୩୮୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ୨ ହଜାର ତଳେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୧୩୮୫ କରୋନା ପଜିଟିଭ ବାହାରିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୮୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକମ୍ରିତଙ୍କ ସଂଖ୍ୟା ୩ ଲକ୍ଷ ମୁହାଁ ହୋଇଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୨୭୪ରେ ପହଞ୍ଚିଛି ।

ତେବେ ଚିହ୍ନଟ କରୋନା ସଂକ୍ରମିତଙ୍କ ତାଲିକାରେ ଆଜି ବି ଶୀର୍ଷରେ ରହିଛି ଖୋର୍ଦ୍ଧା । ଆଜି ଜିଲ୍ଲାରୁ ୧୫୯ଟି ନୂଆ ମାମଲା ସାମ୍ନାକୁ ଆସିଛି । ସେହିପରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି କଟକ । କଟକ ଜିଲ୍ଲାରୁ ଆଜି ୧୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଅନୁଗୁଳ ଜିଲ୍ଲାରୁ ୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୬ଜଣ, ବରଗଡ଼ ଜିଲ୍ଲାରୁ ୫୫ଜଣ, ଭଦ୍ରକ ଜିଲ୍ଲାରୁ ୩୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୭ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୦ଜଣ, ଯାଜପୁର ଜିଲ୍ଲାରୁ ୨୩ଝଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଝଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୨ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ଼ ଜିଲ୍ଲାରୁ ୩୨ଜଣ, ନୂଆପଡ଼ା ଜିଲ୍ଲାରୁ ୮୮ଜଣ, ପୁରୀ ଜିଲ୍ଲାରୁ ୩୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୧ଜଣ, ଷ୍ଟେଟ ପୁଲ୍‌ରୁ ୩୧ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୨୭୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୨୦୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.