Latest Odisha News

BREAKING NEWS

ଭାରତରେ ୨୪ ଘଣ୍ଟାରେ ୧୩ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୧ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ଖସୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୦୯,୭୭,୩୮୭କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୩,୯୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୦୧ ଜଣଙ୍କର ମୃତ୍ୟୁ ଘଟିଛି।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧,୪୩,୧୨୭ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୬,୨୧୨ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୦୬,୭୮,୦୪୮ ଜଣ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Comments are closed.