Latest Odisha News

ଭାରସାମ୍ୟ ହରାଇ ବିଲ ମଧ୍ୟକୁ ପଶିଲା ବସ୍ : ୧୪ ଆହତ, ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ସରକାରୀ ବସ୍ ବିଲ ଭିତରକୁ ପଶିଯାଇଛି । ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି  । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି  । ସେଥିମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି ।

ଆଜି ସକାଳେ ଯାତ୍ରୀବାହୀ ବସ୍ ଟି ଯାତ୍ରୀ ମାନଙ୍କୁ ନେଇ ବରଗଡରୁ ନବରଙ୍ଗପୁରକୁ ଯାଉଥିବାବେଳେ ହଠାତ୍ ବସଟିର ଚକା ଫାଟି ଯାଇଥିଲା । ଫଳରେ ବସଟି ଭାରସାମ୍ୟ ହରାଇ ବିଲ ଭିତରକୁ ପଶିଯାଇଥିଲା । ପରେ ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପୋଲିସ  ବସ୍‌କୁ  ଜବତ କରି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ।

Leave A Reply

Your email address will not be published.