Latest Odisha News

BREAKING NEWS

ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ ଚିହ୍ନଟ, ୨୩୮୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ବୁଧବାର ରାଜ୍ୟରେ ପୁଣି ୧୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.