Latest Odisha News

BREAKING NEWS

ଓଡିଶାରେ ଆଉ ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ; ମୋଟ୍ ସଂଖ୍ୟା ୩ ହଜାର ଟପିଲା

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୪୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୧୪୦ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୨୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୬୧ ଜଣ ଏଡିଆରଏଫ୍ ଓ ଓଡ୍ରାଫ୍ ଟିମର କର୍ମଚାରୀ ରହିଛନ୍ତି । ଯେଉଁମାନେ କି ନିକଟ ଅତୀତରେ ବାତ୍ୟା ଅମ୍ଫାନ ପୁନରୁଦ୍ଧାର ଲାଗି ପଶ୍ଚିମବଙ୍ଗ ଯାଇଥିଲେ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୧୩୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୯୯୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.