Latest Odisha News

BREAKING NEWS

ଅନୁଦାନପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ ମହିଳା କର୍ମଚାରୀମାନଙ୍କ ପାଇଁ ସବୈତନିକ ପ୍ରସୂତିକାଳୀନ ଛୁଟି ପ୍ରଦାନ କରିବା ନିମନ୍ତେ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ ଏବଂ ୧୩୮ ମଦ୍ରାସା ରେ କାର୍ଯ୍ୟରତ ପ୍ରାୟ ୩୩,୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ |

ସେହିପରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସମେଣ୍ଟ ସ୍କେଲ ସୁବିଧା ପ୍ରଦାନ କରାଯିବ ।

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା (Ex-Gratia) ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କା କୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି | ଇତି ମଧ୍ଯରେ କ୍ଯାବିନେଟ, ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବରେ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ ୧୦ ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ନିଷ୍ପତ୍ତି ମଧ୍ଯ ନେଇଛନ୍ତି ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି।  ଏହା ଦ୍ୱାରା ରାଜ୍ୟର ୨୫୬୦ ଉଚ୍ଚ ବିଦ୍ୟାଳୟ, ୯୪୦ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୩୯ ସଂସ୍କୃତ ଟୋଲ ଏବଂ ୧୩୮ ମଦ୍ରାସାରେ କାର୍ଯ୍ୟରତ ପ୍ରାୟ ୩୩୪୨୦ କର୍ମଚାରୀ (ଶିକ୍ଷକ ଓ ଅଣଶିକ୍ଷକ) ଉପକୃତ ହେବେ |

 

 

 

Leave A Reply

Your email address will not be published.