Latest Odisha News

BREAKING NEWS

ନିଆଁ ଆଁରେ ୧୫ ବଖରା ଭସ୍ମ, ୫ ଆହତ

କେନ୍ଦ୍ରାପଡ଼ା/ଭଞ୍ଜନଗର: ବଡ଼ହାଟ ଇମାମବାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ସମ୍ପୂର୍ଣ୍ଣ ଭାବେ ୮ ବଖରା ପୋଡ଼ିପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡରେ ୫ ଜଣ ଆହତ ହୋଇଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆହତ ସମସ୍ତ ୫ ଜଣ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଥିବା ବେଳେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି ।

ଅନ୍ୟପଟେ ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା କୁମୁଟିପଡ଼ିଆରେ ନିଆଁ ଲାଗି ପୋଡ଼ି ଯାଇଛି ୭ ବଖରା । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଅଗ୍ନିଶମ ବାହିନୀ ନିଆଁ ଲିଭାଉଛି ।

Leave A Reply

Your email address will not be published.