Latest Odisha News

BREAKING NEWS

ରାଜ୍ୟରେ ୯୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା, ଆଖିବୁଜିଲେ ଆଉ ୧୫

ଭୁବନେଶ୍ୱର: ଦିନକୁ ଦିନ ବଢ଼ଚାଲିଛି କରୋନାର ପ୍ରକୋପ । ଜଣକ ପରେ ଜଣଙ୍କ ମୁଣ୍ଡ ନେଉଛି କିଲର ଭାଇରସ । ପ୍ରତିଦିନ ମହାମାରୀରେ ଆକ୍ରାନ୍ତ ହୋଇ ପ୍ରାଣ ହରାଉଛନ୍ତି ଲୋକେ । ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୦୭ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।
ଆଜି ପ୍ରାଣ ହରାଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଓ କଟକ ଜିଲ୍ଲାରୁ ୩ ଜଣ ଲେଖାଏଁ ଅଛନ୍ତି ।

ସେହିପରି କେନ୍ଦ୍ରାପଡ଼ାରୁ ୨ଜଣ, ବୌଦ୍ଧ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁର, ମାଲକାନଗିରି ଓ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.