Latest Odisha News

BREAKING NEWS

ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା, ବିଧାନସଭାରେ ବଡ଼ ସଂକଳ୍ପ ଆଣିଲେ ମୁଖ୍ୟମନ୍ତ୍ରୀ, ମିଳିଲା ବିରୋଧୀଙ୍କ ସମର୍ଥନ 

ଭୁବନେଶ୍ବର: ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା । ଏନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନାମଲେଖା ସମୟରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀ ଏହି ସଂରକ୍ଷଣ ବ୍ୟବସ୍ଥା ପାଇପାରିବେ ।

ବିଧାନସଭାରେ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ପ୍ରସ୍ତାବ ଉପସ୍ଥାପନ କରିଥିଲେ । ସର୍ବସମ୍ମତି କ୍ରମେ ଏହା ପାରିତ ହୋଇଥିବା କହିଛନ୍ତି ବିଜେଡି ବିଧାୟକ ଦେବୀ ପ୍ରସାଦ ମିଶ୍ର ।

ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ମିଳିବ । ସରକାରଙ୍କ ଏହି ନିଷ୍ପତ୍ତି ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ପାଇଁ ବେଶ ଲାଭଦାୟକ ହେବ । ଇଞ୍ଜନିୟରିଂ ଓ ମେଡିକାଲ ପଢିବାକୁ ଚାହୁଁଥିବା ଗ୍ରାମାଞ୍ଚଳର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଭଦାୟକ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେପଟେ ବିରୋଧି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସଂକଳ୍ପକୁ ସମର୍ଥନ କରିଛନ୍ତି ।

Leave A Reply

Your email address will not be published.