Latest Odisha News

BREAKING NEWS

ଓଡିଶାର ୨୯ ଜିଲ୍ଲାରୁ ନୂଆ ୧୫୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୫୨୮ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୪୫୫ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ।

ସୂଚନାନୁଯାୟୀ ପଜିଟିଭଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୫୮୦ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୩ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୯ ଜିଲ୍ଲାରୁ ଏହି ୧୫୨୮ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୧୫୪୩ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ ୬୬୯୨୬୬ଟି ଟେଷ୍ଟ କରାଯାଇଛି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫,୩୩୪ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୧,୭୮୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.