Latest Odisha News

BREAKING NEWS

ଓଡିଶାରେ ୧୫୪୭ ନୂଆ କୋଭିଡ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ ଘଣ୍ଟାରେ ନୂଆ ୧୫୪୭ କୋଭିଡ ପଜିଟିଭ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

 

ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୮୯୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୬୫୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

 

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୧୯୦୮ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫,୨୪୭ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨,୭୨,୦୩୮ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.