ଭୁବନେଶ୍ୱର: ପ୍ରଶାସନିକ ସ୍ତରରେ ବଡ଼ ଧରଣ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡ଼ାକଡ଼ି ପାଇଁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେବା ପରେ ରାଜ୍ୟର ଓଏଏସ ସ୍ତରରେ ବଦଳି କରିଛନ୍ତି। ବିଡିଓ, ତହସିଲଦାର, ଉପଜିଲ୍ଲାପାଳ, ପ୍ରକଳ୍ପ ନିର୍ଦ୍ଦେଶକ, ଅତିରିକ୍ତ ଜିଲ୍ଲାପାଳ ଆଦି ଭାବେ କାର୍ଯ୍ୟରତ ମୋଟ ୧୫୬ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ଓ ପଂଚାୟତିରାଜ ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି ହୋଇଛି। ଗତକାଲି ୨୨ଜଣ ପୌର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଥିଲା ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୩ଟି ବିଜ୍ଞପ୍ତି ଜାରି କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ,ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ଉପଜିଲ୍ଲାପାଳ ଓ ପିଏ ଆଇଟିଡିଏ ଅଧିକାରୀ ଭାବେ ଜିଲ୍ଲାସ୍ତରରେ କାର୍ଯ୍ୟରତ ମୋଟ ୫୧ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି । ସେହିପରି ପଂଚାୟତିରାଜ ବିଭାଗ ପକ୍ଷରୁ ୩୫ଜଣ ବିଡିଓଙ୍କ ବଦଳି ହୋଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ୭୦ଜଣ ତହସିଲଦାର(ଓଏଏସ)ଙ୍କ ବଦଳି ହୋଇଛି।
Comments are closed.