Latest Odisha News

BREAKING NEWS

ଓଡ଼ିଶାରୁ ଦିନକରେ ୧୫୭ କରୋନା ରୋଗୀ ସୁସ୍ଥ, ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଆରୋଗ୍ୟ

ଭୁବନେଶ୍ୱର: ଓଡିଶାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୫୭ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏଥିମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୦ ଜଣ ରହିଛନ୍ତି। ତା’ ତଳକୁ ପୁରୀ ଓ ସମ୍ବଲପୁରରୁ ୨୩ ଜଣ ରହିଛନ୍ତି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଉଲ୍ଲେଖଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦କୁ ବୃଦ୍ଧି ପାଇଛି । ଏଯାବତ ରାଜ୍ୟରେ ୧୯୦୬ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆରୋଗ୍ୟଙ୍କୁ ମିଶାଇ ସୁସ୍ଥତା ସଂଖ୍ୟା ୩ ଲକ୍ଷ ୩୧ ହଜାର ୮୨୪ରେ ପହଞ୍ଚିଛି।

Leave A Reply

Your email address will not be published.