Latest Odisha News

ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ ଗ୍ରାଫ୍ , ୨୪ ଘଣ୍ଟାରେ ୧୬ ପଜିଟିଭ୍

ଭୁବନେଶ୍ୱର : ଦେଶରେ ସଂକ୍ରମଣ ହୁ ହୁ ହୋଇ ବଢୁଥିବା ବେଳେ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୦ ଜଣ କ୍ୱାରେନଟାଇନରେ ଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ସଂକ୍ରମିତଙ୍କୁ ମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସ୍କ ରହିଛନ୍ତି ।

। ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗର ଟ୍ୱିଟ୍ ରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ସେପଟେ ରାଜ୍ୟରେ ସଂକ୍ରମଣ ଗ୍ରାଫ୍ ଉପର ତଳ ରହୁଥିବାରୁ ଭୟଭୀତ ନହେବା ପାଇଁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି ।

Comments are closed.