ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ପୁଣି ଆତ୍ମସମର୍ପଣ କଲେ ୧୬ ମାଓବାଦୀ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ଏହି ୧୬ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ପିଏଲଜିଏ ବାଟାଲିୟନର ୨ ହାର୍ଡକୋର ନକ୍ସଲ ମଧ୍ୟ ରହିଛନ୍ତି। ସୁକମା ଜିଲ୍ଲା ପୋଲିସ ଏନେଇ ସୂଚନା ଦେଇଛନ୍ତି। ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ୧୬ ନକ୍ସଲ ଆତ୍ମସମର୍ପଣ କରିଛନ୍ତି।
ଏମାନଙ୍କ ମଧ୍ୟରୁ ଜଣେ ମହିଳା ଓ ପୁରୁଷ ନକ୍ସଲ ନାମରେ ୮ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଏଥିସହ ୬ ଜଣ ନକ୍ସଲ ନାମରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ତେବେ ସରକାରଙ୍କ ଆତ୍ମନିର୍ଭରଶୀଳ ନୀତିରେ ପ୍ରଭାବିତ ହୋଇ ଏମାନେ ଆତ୍ମସମର୍ପଣ କରିଥିବା କୁହାଯାଇଛି।
ସମସ୍ତ ନକ୍ସଲଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା। ସମସ୍ତଙ୍କୁ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୋଲିସ କହିଛି। ଲଗାତାର ପୋଲିସର ଅପରେସନରେ ନକ୍ସଲ ଭୟଭୀତ ହେବା ସହ ସଂଗଠନରେ କୌଣସି ଲକ୍ଷ୍ୟ ନେଇ କାର୍ଯ୍ୟ ହେଉନଥିବାରୁ ଆତ୍ମସମର୍ପଣ କରିଥିବା କହିଛନ୍ତି।
Comments are closed.