Latest Odisha News

ଆଜି ନିଯୁକ୍ତି ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ

ଭୁବନେଶ୍ବର: ଆଜି ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି । ଏନେଇ କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୂ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.