Latest Odisha News

BREAKING NEWS

ଭୁବନେଶ୍ୱରରେ ହଜାରେ ଡେଇଁଲା କରୋନା ଆକ୍ଟିଭ କେସ୍‌; ନୂଆ ୧୬୩ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୬୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

BjdElectrycity

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)।

ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୧୦୪ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟର ଏବଂ ୫୯ଟି ସ୍ଥାନୀୟ ମାମଲା ରହିଛି । ସେଥିମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଛନ୍ତି । ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୧୯୯୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୦୬୯ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୯୦୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୧ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.