Latest Odisha News

BREAKING NEWS

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ

ଭୁବନେଶ୍ୱର: ଓଡି଼ଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆ ଆଜି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି ବିକାଶ ଏବଂ ନାଗରିକ ସୁବିଧା ବୃଦ୍ଧି ପାଇଁ ଆବଶ୍ୟକ ଆର୍ଥିକ ଆବଣ୍ଟନ ସମ୍ପର୍କରେ ଆଲୋଚନା କରିଥିଲେ।

ଅର୍ଥ କମିଶନ ପୁରୀର ସମୃଦ୍ଧ ଐତିହ୍ୟକୁ ସଂରକ୍ଷିତ ରଖାଯାଇ ସାମଗ୍ରିକ ସହରାଞ୍ଚଳ ବିକାଶ ସୁନିଶ୍ଚିତ କରିବା ପାଇଁ ସମୁଚିତ ସମ୍ବଳ ବଣ୍ଟନ ଉପରେ ଗୁରୁତ୍ୱାରୋପ କରିଥିଲେ।

ସେହିପରି ଅପରାହ୍ନରେ ଅର୍ଥ କମିଶନର ସଦସ୍ୟମାନେ ବ୍ଲୁ ଫ୍ଲାଗ୍ ବେଳାଭୂମି ପରିଦର୍ଶନ କରିଥିଲେ। ପରେ ୟୁନେସ୍କୋ ଦ୍ୱାରା ବିଶ୍ୱ ଐତିହ୍ୟ ସ୍ଥଳ ଘୋଷିତ କୋଣାର୍କର ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରି ଏହାର ଇତିହାସ ଓ କାରୁକାର୍ଯ୍ୟ ଦେଖି ଅଭିଭୂତ ହୋଇଥିଲେ।

ଓଡିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ପୌର ପ୍ରଶାସକ ତଥା ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ଅରିନ୍ଦମ ଡାକୁଆ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଆରକ୍ଷୀ ଅଧିକ୍ଷକ ବିନିତ ଅଗ୍ରୱାଲ, କମିଶନର ସଦସ୍ୟ ଆନି ଜର୍ଜ ମାଥ୍ୟୁ, ଅଜୟ ନାରାୟଣ ଝା, ଡ଼ଃ ମନୋଜ ପଣ୍ଡା ପ୍ରମୁଖ ଏହି ଉପସ୍ଥିତ ଥିଲେ।

 

Comments are closed.