ଭୁବନେଶ୍ୱର: ମହାମାରୀ ନେଉଛି ଜୀବନ । ରାଜ୍ୟରେ ଆଉ ୧୭ ଲୋକଙ୍କର ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ୧୦ ଜିଲ୍ଲାର ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏମାନଙ୍କ ଭିତରେ ୧୨ ଜଣ ପୁରୁଷ ଓ ୫ ଜଣ ମହିଳା ଅଛନ୍ତି ।

ପଶ୍ଚିମ ଓଡ଼ିଶାରେ ବଢୁଛି ଡେଥ୍ କେସ୍ । ସୁନ୍ଦରଗଡ଼, ସମ୍ୱଲପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ୱଲପୁରରୁ ୩ ଜଣ ଆଖି ବୁଜିଛନ୍ତି ।

ସୁବର୍ଣ୍ଣପୁର ଓ ଜଗତସିଂହପୁର ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ବରଗଡ଼, ପୁରୀ, କଟକ, ଗଞ୍ଜାମ, ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କ ବ୍ୟତୀତ ଭୁବନେଶ୍ୱରରୁ ଆଉ ଜଣେ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

ରାଜ୍ୟରେ ୧୫ ଶହ ୬୦କୁ ବୃଦ୍ଧି ପାଇଛି କରୋନା ଜନିତ ମୃତ୍ୟୁସଂଖ୍ୟା । ସୁନ୍ଦରଗଡ଼ ଜିଲ୍ଲାରେ ୧୦୩କୁ ବୃଦ୍ଧି ପାଇଛି । ରାଜ୍ୟରେ ମୃତ୍ୟୁହାର ୦.୫୦% ।
BREAKING NEWS
- Lashkar-e-Taiba terrorist:ଦିଲ୍ଲୀ ସୀମାରୁ ଗିରଫ ହେଲା ଲସ୍କର ଆତଙ୍କବାଦୀ;ସ୍ଲିପର ସେଲ୍ ଭାବରେ କରୁଥିଲା କାମ
- ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା
- ରାଗିଗଲେ ରାହାନେ: ମୁଁ ନିଜ ଦକ୍ଷତାକୁ ପ୍ରମାଣିତ କରିବା ପାଇଁ ଆଇପିଏଲ ଖେଳୁନି
- ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ
- ସରକାରଙ୍କ ବିରୋଧରେ ଗର୍ଜିଲେ ସବୁ ଦଳ
- ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….
- ଭିଜିଲାନ୍ସ ଜାଲରେ ଟ୍ରେଜେରୀ ଅଫିସ୍ର ବରିଷ୍ଠ କିରାଣୀ
- ଜନଗଣନା ତଥ୍ୟ RTI ପରିସରଭୁକ୍ତ ନୁହେଁ
- Maoist Surrender:ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;ବାଙ୍କୋ ଖଣି ବିସ୍ଫୋରକ ଲୁଟ୍ ଘଟଣାରେ ଥିଲେ ଜଡିତ
- Nandankanan: ନନ୍ଦନକାନନକୁ ଆସିଲେ ଅତିଥି: ପ୍ରାଣୀ ଉଦ୍ୟାନରେ ଜୀବଜନ୍ତୁ ପ୍ରଜାତି ୧୭୯କୁ ବୃଦ୍ଧି
Comments are closed.