Latest Odisha News

ସୁନ୍ଦରଗଡରେ ୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ସୂଚନା ଦେଲେ ପ୍ରଶାସନ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୧୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ ।

ପ୍ରଶାସନର ସୂଚନାନୁଯାୟୀ ଏହି ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିବା ବେଳେ ଅନ୍ୟମାନେ ହୋମ୍ କ୍ୱାରେଣ୍ଟାଇନ୍‌, କୋଭିଡ ଯୋଦ୍ଧା ଓ ରାଉରକେଲାର ଟ୍ରାଫିକ୍ ଗେଟ୍ କଣ୍ଟେନମେଣ୍ଟ ଅଞ୍ଚଳର ରହିଛନ୍ତି ।

ଉଲ୍ଲେଖଯୋଗ୍ୟ, ଜିଲ୍ଲାରେ ମୋଟ୍ ୭୯୫ କରୋନା ମାମଲା ରହିଥିବା ବେଳେ ୬୩୯ ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହାଛଡା ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫୨ଟି ସକ୍ରିୟ ମାମଲା ରହିଛି ।

Leave A Reply

Your email address will not be published.