Latest Odisha News

ରୂପାନ୍ତର ହେବ ୧୭୭୧ ହାଇସ୍କୁଲ; ଛାତ୍ରଛାତ୍ରୀ, ପ୍ରଧାନଶିକ୍ଷକଙ୍କ ସହ 5T ସଚିବଙ୍କ ଆଲୋଚନା

ଭୁବନେଶ୍ୱର: ମୋ ସ୍କୁଲ ଅଧିନରେ ରାଜ୍ୟରେ ଏପର୍ଯ୍ୟନ୍ତ ତିନୋଟି ପର୍ଯ୍ୟାୟରେ ୬୮୮୩ ହାଇସ୍କୁଲ ରୂପାନ୍ତରଣ କାମ ସମ୍ପୂର୍ଣ୍ଣ ହୋଇଛି। ଚତୁର୍ଥ ପର୍ଯ୍ୟାୟ ରୁପାନ୍ତରଣ କାର୍ଯ୍ୟକ୍ରମ ଅଧିନରେ ଡିସେମ୍ବର ୨୦୨୩ ସୁଦ୍ଧା ରାଜ୍ୟର ସମସ୍ତ ୮୬୫୪ ସରକାରୀ ହାଇସ୍କୁଲ ଗୁଡିକରେ ରୂପାନ୍ତର କାମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ, ଛାତ୍ରଛାତ୍ରୀ ତଥା ଅଭିବାବକଙ୍କ ମଧ୍ୟରେ ବିପୁଳ ଉତ୍ସାହ ସୃଷ୍ଟି କରିଛି। ସ୍କୁଲ ଭିତ୍ତିଭୂମିର ରୂପାନ୍ତର ସହିତ ପାଠ ପଢିବା ପାଇଁ ନୂତନ ସୁବିଧା ସୁଯୋଗର ବିକାଶ ଯଥା E ଲାଇବ୍ରେରୀ, ଅଧୁନିକ ବିଜ୍ଞାନାଗାର, ସ୍ମାର୍ଟ କ୍ଲାସରୁମ ଇତ୍ୟାଦି ପିଲାମାନଙ୍କ ଭିତରେ ପାଠ ପଢିବା ପାଇଁ ଆଗ୍ରହ ସୃଷ୍ଟି କରିଥିବା ପରିଲକ୍ଷିତ ହେଉଛି।

ଏ ପରିପେକ୍ଷୀରେ 5T ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଦୁଇଦିନ ଧରି ଗଂଜାମ, ବରଗଡ, କେନ୍ଦୁଝର, କଟକ, ମୟୁରଭଞ୍ଜ, ମାଲକାନଗିର, ପୁରୀ, ଗଜପତି, ଢେଙ୍କାନାଳ ଆଦି ୯ଟି ଜିଲ୍ଲାର ୧୦୧ଟି ବ୍ଲକର ଓ ୨ଟି ମୁନିସିପାଲିଟି କର୍ପୋରେସନର ୭୫୨ଟି ହାଇସ୍କୁଲର ପ୍ରଧାନଶିକ୍ଷକ, ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ସରପଞ୍ଚ ଓ ସ୍କୁଲ ପରିଚାଳନା କମିଟିର ସଦସ୍ୟମାନଙ୍କ ସହିତ ମାରାଥନ ବୈଠକ କରି ସେମାନଙ୍କ ସ୍କୁଲରେ 5T ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ କିଭଳି କାର୍ଯ୍ୟକାରୀ କରାଯିବ ସେ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଛାତ୍ରଛାତ୍ରୀମାନେ ବିଶେଷ ଭାବରେ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ଆବଶ୍ୟକତା ସମ୍ପର୍କରେ ଖୋଲା ମତ ପୋଷଣ କରିଥିଲେ।

Comments are closed.