Latest Odisha News

BREAKING NEWS

୧୮ ଏନଡିଆରଏଫ୍‌/ଅଗ୍ନିଶମ କର୍ମୀଙ୍କ ସମେତ ଓଡିଶାରେ ଆଉ ୧୭୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୭୯ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୮୫୬ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୨୯ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏହଛଡା ଗୋଟିଏ ଦିନରେ ପ୍ରାୟ ୧୫୩ ରୋଗୀ ସୁସ୍ଥ ହୋଇଛନ୍ତି ।

ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୮ ଜଣ ଏନଡିଆରଏଫ୍ ଓ ଅଗ୍ନିଶମ କର୍ମୀ ରହିଛନ୍ତି, ଯେଉଁମାନେକି ନିକଟ ଅତୀତରେ ବାତ୍ୟା ଅମ୍ଫାନ ପୁନରୁଦ୍ଧାର କାର୍ଯ୍ୟ କରି ପଶ୍ଚିମବଙ୍ଗରୁ ଫେରିଥିଲେ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫୪୩ଟି କୋଭିଡ-୧୯ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୨୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.