ବୌଦ୍ଧ/ସୁବର୍ଣ୍ଣପୁର: ରାଜ୍ୟର ଦୁଇଟି ସ୍ଥାନରେ ସଡ଼କ ଦୁର୍ଘଟଣାରେ ୧୮ ଜଣ ଆହତ ହୋଇଛନ୍ତି । ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡ଼ା ନିକଟରେ ଯାତ୍ରୀବାହୀ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗୁରୁତର ହୋଇଛନ୍ତି ୩ଜଣ । ଆହତ ଯାତ୍ରୀଙ୍କୁ ବୌଦ୍ଧ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତିରୁପତି ନାମକ ଘରୋଇ ବସ୍ ଭୁବନେଶ୍ୱରରୁ ଭବାନୀପୀଟଣା ଯାଉଥିବାବେଳେ ଖଜରୁପଡ଼ା ନିକଟରେ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା ।

ସେହିପରି ବଲାଙ୍ଗିର-ସୋନପୁର ରାସ୍ତାର ବଡ଼ଝିଙ୍କିରେ ଆଉ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ଆହତ ହୋଇଛନ୍ତି । ଟ୍ରକ ସହ ବୋଲେରୋର ମୁହାଁମୁହିଁ ଧକ୍କା ହୋଇଛି । ବୋଲେରୋଟି ପାଟଣାଗଡ଼ରୁ ବାହାଘର ସାରି ଫେରିବା ବେଳେ ବଡ଼ଝିଙ୍କିଠାରେ ଚାଉଳ ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା । ଆହତଙ୍କୁ ସୋନପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
BREAKING NEWS
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
- କିମସରେ ଏଏପିଆଇ ଗ୍ଲୋବାଲ୍ ହେଲଥକେୟାର ସମିଟ୍ ଉଦ୍ଘାଟିତ
- S-400 Squadron: ଭାରତୀୟ ସେନାରେ ସାମିଲ ହେବାକୁ ଯାଉଛି ଆଉ ଏକ ହିରୋ: ପାକିସ୍ତାନ, ଚୀନର ନିଦ ହଜାଇବ ଏହି ପ୍ରତିରକ୍ଷା ପ୍ରଣାଳୀ…
Comments are closed.