ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଦିନ ଆଉ ୧୮ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୧୨୧୪ରେ ପହଞ୍ଚିଛି ।
ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।
ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଅନୁଗୁଳରୁ ୩, ଭଦ୍ରକରୁ ୧, ଭୁବନେଶ୍ୱରରୁ ୨, ଢେଙ୍କାନାଳରୁ ୧, ଗଜପତିରୁ ୩, ଯାଜପୁରରୁ ୨, ଖୋର୍ଦ୍ଧାରୁ ୧, ମୟୁରଭଞ୍ଜରୁ ୨, ମାଲକାନଗିରିରୁ ୧, ନବରଙ୍ଗପୁରରୁ ୧ ଓ ପୁରୀରୁ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
Comments are closed.