Latest Odisha News

BREAKING NEWS

ଗୋଟିଏ ଦିନରେ ଭୁବନେଶ୍ୱରରୁ ୧୮୨ ଆକ୍ରାନ୍ତ; ୨୭୬ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ସୂଚନାନୁଯାୟୀ ସମ୍ପୃକ୍ତ ଆକ୍ରାନ୍ତଙ୍କ ମଧ୍ୟରେ ୪୪ ଜଣ ହୋମ୍ କ୍ୱାରେଣ୍ଟାଇନ୍ ଏବଂ ୧୩୮ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି । ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍ ୨୮,୪୮୧ କରୋନା ପଜିଟିଭ ମାମଲା ରହିଛି । ତନ୍ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୨୪୧୫ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୫,୮୯୫ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୫୦ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.