ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ମଙ୍ଗଳବାର ଦିନ ଏହି ସଂଖ୍ୟା ୫,୬୬,୮୪୦କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।
କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ସର୍ବାଧିକ ୧୮,୫୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୪୧୮ ଜଣଙ୍କର ମୃତ୍ୟୁ ଘଟିଛି।
ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୨,୧୫,୧୨୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧୬,୮୯୩ ଜଣ ପ୍ରାଣ ହରାଇଛନ୍ତି।
ଆହୁରି ମଧ୍ୟ ସମସ୍ତ ୩,୩୪,୮୨୧ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
Comments are closed.