Latest Odisha News

BREAKING NEWS

ଏନଡିଆରଏଫ୍‌/ଓଡ୍ରାଫ୍ କର୍ମୀଙ୍କ ସମେତ ଓଡିଶାରେ ୧୮୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୮୬ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାର ୯୦୯ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

 

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୧୫ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୦ ଜିଲ୍ଲାରୁ ଏହି ୧୮୬ ଜଣ ନୂଆ ଆକ୍ରାନ୍ତ ବାହାରିଥିବା ବେଳେ ପାଖାପାଖି ୧୨୦ ଜଣ ସୁସ୍ଥ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ ଏନଡିଆରଏଫ୍‌/ଓଡ୍ରାଫ୍ କର୍ମୀ ରହିଛନ୍ତି, ଯେଉଁମାନେକି ନିକଟ ଅତୀତରେ ବାତ୍ୟା ଅମ୍ଫାନ ପୁନରୁଦ୍ଧାର ନେଇ ପଶ୍ଚିମବଙ୍ଗରୁ ଫେରିଥିଲେ ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୩୦୧ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୫୯୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Comments are closed.