Latest Odisha News

BREAKING NEWS

ଭୁବନେଶ୍ୱରରେ ୧୮୯ କରୋନା ଆକ୍ରାନ୍ତ; ସେଥିରୁ ୧୪୨ ଲୋକାଲ୍ କେସ୍‌

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୮୯ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ଭୁବନେଶ୍ୱରରେ ମୋଟ୍ ୨୮,୨୯୯ କରୋନା ପଜିଟିଭ ମାମଲା ରହିଛି ।

ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଆକ୍ରାନ୍ତଙ୍କ ମଧ୍ୟରେ ୪୭ ଜଣ କ୍ୱାରେଣ୍ଟାଇନ୍ ଏବଂ ୧୪୨ଟି ସ୍ଥାନୀୟ ମାମଲା ରହିଛି ।

ସମସ୍ତ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୨୫୧୧ ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୨୫,୬୧୯ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏହାଛଡା ୧୪୮ ଜଣଙ୍କର ମୃତ୍ୟୁ ଘଟିଛି ।

ଅଧିକ ପଢନ୍ତୁ- ଦଶପଲ୍ଲା ବିଧାୟକ କରୋନା ଆକ୍ରାନ୍ତ ଚିହ୍ନଟ

Leave A Reply

Your email address will not be published.