Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ଆଉ ୧୯ ଜୀବନ, ମୃତ୍ୟୁସଂଖ୍ୟା ୨୩ଶହ ଟପିଲା

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ମହାମାରୀ ନେଇଛି ଆଉ ୧୯ ଜୀବନ । ୧୩ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିପରି ରାୟଗଡ଼ା ଓ ଅନୁଗୋଳ ଜିଲ୍ଲାରୁ ତିନି ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ନୂଆପଡ଼ା ଜିଲ୍ଲାରୁ କରୋନା ନେଇଛି ଆଉ ୨ ଜୀବନ । ସେହିପରି ଗଜପତି, କେନ୍ଦ୍ରାପଡ଼ା, ନବରଙ୍ଗପୁର, ନୟାଗଡ଼, ପୁରୀ ଜିଲ୍ଲାରୁ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ଲେଖାଏ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୩ଶହ ୧୩କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.