Latest Odisha News

BREAKING NEWS

ଓଡିଶାର ୩୦ ଜିଲ୍ଲାରୁ ନୂଆ ୧୯୮୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: କରୋନାଭାଇରସର କାୟା ଦିନକୁ ଦିନ ବଢୁଥିବା ବେଳେ ଓଡିଶାରେ ଗତ ୨୪ଘଣ୍ଟାରେ ନୂଆ ୧୯୮୧ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ହଜାର ୬୫୩ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ।

ମିଳିଥିବା ସୂଚନାନୁଯାୟୀ ସମସ୍ତ ପଜିଟିଭଙ୍କ ମଧ୍ୟରୁ ୧୨୨୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୭୫୬ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏଥିମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ଟି ପିଜିଟିଭ ମାମଲା ଚିହ୍ନଟ କରାଯାଇଛି ।

ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୩୦ ଜିଲ୍ଲାରୁ ଏହି ୧୯୮୧ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି । ଏହାବ୍ୟତିତ ପାଖାପାଖି ୧୬୭୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୧୫,୮୦୮ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୩୬,୪୭୮ ଜଣ ଆରୋଗ୍ୟ ଲାଭ କରିଛନ୍ତି।

Leave A Reply

Your email address will not be published.