Latest Odisha News

BREAKING NEWS

କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣା: ପୋଲିସ ଏନକାଉଣ୍ଟରରେ ୨ ଅଭିଯୁକ୍ତ ଗୁରୁତର

ବ୍ରହ୍ମପୁର : ବ୍ରହ୍ମପୁରରେ ଶୁକ୍ରବାର ରାତିରେ ଘଟିଥିବା ପୋଲିସର ଏନକାଉଣ୍ଟରରେ କଂଗ୍ରେସ ପ୍ରାର୍ଥୀ ମନୋଜ ଜେନା ହତ୍ୟାକାଣ୍ଡ ଘଟଣାରେ ସମ୍ପୃକ୍ତ ୨ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି ।

ଆହତ ଅପରାଧୀ ଦ୍ୱୟ ଗଣେଶ ନାୟକ ଓ ହୃଷି ପାତ୍ର ବୋଲି ଜଣାପଡିଛି । ପରେ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି ।

ମିଳିଥିବା ସୂଚନାନୁଯାୟୀ ଅଭିଯୁକ୍ତମାନେ ଶୁକ୍ରବାର ରାତିରେ ନିକଟସ୍ଥ ରାସ୍ତା ଦେଇ ଏକ ବାଇକ ଯୋଗେ ଯାଉଥିବା ବେଳେ କୌଣସି ସୁତ୍ରରୁ ଖବର ପାଇ ପୋଲିସ ତାକୁ କାବୁ କରିବାକୁ ଚେଷ୍ଟା କରିଥିଲା। ଏହି ସମୟରେ ଅଭିଯୁକ୍ତମାନେ ପୋଲିସ୍ ଉପରକୁ ଅତର୍କିତ ଆକ୍ରମଣ କରିଥିଲା ବେଳେ ଏହାର ପାଲଟା ଜବାବରେ ପୋଲିସ୍ ଗୁଳି ଚାଳନା କରିଥିଲା। ଏହି ଗୁଳି ଚାଳନାରେ ଅନ୍ୟ ସହଯୋଗୀ ଫେରାର ହୋଇଯାଇଥିଲେ ।

ସୂଚନାଯୋଗ୍ୟ, ଗତ ମେ’ ୨୩ ତାରିଖ ଦିନ ଆସ୍କା ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପାର୍ଥୀ ମନୋଜ ଜେନାଙ୍କୁ ଗଞ୍ଜାମର ଲାଂଜିପାଲ୍ଲୀ ଠାରେ କେହି ଦୁର୍ବୃତ୍ତ ଗୁଳିମାଡ଼ କରିଥିଲେ । ପରବର୍ତ୍ତୀ ସମୟରେ ତାଙ୍କୁ ତୁରନ୍ତ ଉଦ୍ଧାର କରି ଚିକିତ୍ସା ନିମନ୍ତେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା ।

ତେବେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବାବେଳେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମନୋଜଙ୍କର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.