Latest Odisha News

BREAKING NEWS

ଗୁରୁବାର ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ଯୁକ୍ତ ଦୁଇ କଳା ପ୍ରକାଶ ପାଇବ । କାଲି ଅପରାହ୍ଣ ୪ଟାରେ କଳା ସହ ଧନ୍ଦାମୂଳକ ଶିକ୍ଷାର ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି ।

ଛାତ୍ରଛାତ୍ରୀମାନେ ଫଳ ପ୍ରକାଶ ପରେ orissaresults.nic.in ଏବଂ chseodisha.nic.in ୱେବସାଇଟକୁ ଯାଇ ସେମାନଙ୍କ ରେଜଲ୍ଟ ଦେଖି ପାରିବେ । ରେଜଲ୍ଟ ଦେଖିବା ଲାଗି ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ରୋଲ୍ ନମ୍ବର ସହ ରେଜିଷ୍ଟ୍ରେସନ୍ ନମ୍ବର ଦେବାକୁ ପଡ଼ିବ ।

ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ ହୋଇଥିଲା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହୋଇଥିଲା । ମୋଟ୍ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।

ମେ ୩୧ରେ ଯୁ୍କ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩% ଥିବାବେଳେ ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଥିଲା । ଉଭୟ ବାଣିଜ୍ୟ ଓ ବିଜ୍ଞାନରେ ବାଜି ମାରିଥିଲେ ଛାତ୍ରୀ ।

Leave A Reply

Your email address will not be published.