ବିଜାପୁର: ଛତିଶଗଡର ବିଜାପୁରରେ ନକ୍ସଲ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ସିଆର୍ପିଏଫ୍ କୋବ୍ରା ବଟାଲିୟନର ୨ ଯବାନ ସହିଦ ହୋଇଛନ୍ତି । ସେପଟେ ସେନାର ପାଲଟା ଆକ୍ରମଣରେ ଜଣେ ନକ୍ସଲ ନିହତ ହୋଇଥିବା ଜଣାପଡିଛି ।
ଆଜି ସକାଳେ ସିଆର୍ପିଏଫ୍ ଯବାନଙ୍କ ପକ୍ଷରୁ ଇରାପାଲ୍ଲି ଗାଁରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିଲା । ଏହି ସମୟରେ ସେଠାରେ ଲୁଚି ରହିଥିବା ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ । ଏହାର ଜବାବରେ ସେନା ମଧ୍ୟ ପାଲଟା ଆକ୍ରମଣ କରିଥିଲା । ଏହି ସମୟରେ କୋବ୍ରା ବାହିନୀ ୨୦୪ ବଟାଲିୟନର ୨ ଜଣ ଯବାନ ସହିଦ ହୋଇଛନ୍ତି । ଅନ୍ୟ ୪ ଜଣ ଯବାନ ଆହତ ହୋଇଛନ୍ତି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । ନକ୍ସଲଙ୍କୁ ଧରିବା ପାଇଁ ସେହି ଅଚଂଳରେ ଏବେବି ସର୍ଚ୍ଚ ଅପରେସନ୍ ଜାରି ରହିଛି ।
BREAKING NEWS
- Suspicious death of film director:ହୋଟେଲ୍ ରୁମ୍ରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଉଦ୍ଧାର
- ଏଲଏ୨୮ ଅଲିମ୍ପିକ୍ସ ପାଇଁ ହାଙ୍ଗଝୋଉ ଅପେକ୍ଷା ଆଇଚି-ନାଗୋୟା ଏସୀୟ କ୍ରୀଡ଼ା ଭାରତ ପାଇଁ ଅଧିକ ସଫଳ
- ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ଏକାସାଙ୍ଗରେ ବଛାଯିବ ୪ଟି ଭାରତୀୟ ଦଳ; ସିଲେକ୍ଟରଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ
- ଖଲ୍ଲିକୋଟ କଲେଜ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା: ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ଥାନାରେ ୯ ଅଟକ
- Balianta Soumya Murder Case: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲା:ଆକ୍ରମଣର ଶିକାର ଝିଅଙ୍କର ହେବ ଲାଏ ଡିଟେକ୍ସନ ଟେଷ୍ଟ
- ରଣଜୀ ଟ୍ରଫି: ମୁମ୍ବାଇ ଦଳକୁ ଫେରିବେ ସୂର୍ୟ୍ୟକୁମାର ; ଆହତ କାରଣରୁ ଶାର୍ଦ୍ଦୁଳ ଠାକୁର ବାଦ୍
- ‘ଅପ୍ଟୋଜେନେଟିକ୍ସ’ ଆବିଷ୍କାର ପାଇଁ ମେଡିସିନ୍ କ୍ଷେତ୍ରରେ ୩ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
- ରାଜ୍ୟସଭା ନିର୍ବାଚନ: ଉତ୍ତର ପ୍ରଦେଶରୁ ହରଦୀପ ସିଂହ ପୁରୀ ଓ ବିଏଲ ବର୍ମାଙ୍କ ସହ ୮ ଜଣଙ୍କୁ ବାଦ୍ ଦେଲା ବିଜେପି
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…

Comments are closed.