Latest Odisha News

BREAKING NEWS

ଦୁଇ ଦିନିଆ ଭାରତ ବନ୍ଦ ପାଇଁ ୨ ଦିନ ଘୁଞ୍ଚିଲା ସମସ୍ତ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।

ଆଜିଠୁ ଦୁଇ ଦିନିଆ ଭାରତ ବନ୍ଦ । କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ସଂଗଠନ ପକ୍ଷରୁ୧୨ ଦଫା ଦାବି ନେଇ ଆଜି ଓ ଆସନ୍ତାକାଲି ଦୁଇ ଦିନ ପାଇଁ ଭାରତ ବନ୍ଦ ଡାକରା ଦିଆଯାଇଛି । ଭାରତ ବନ୍ଦକୁ ଦୃଷ୍ଟିରେ ରଖି ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୁଇ ଦିନ ପାଇଁ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି ।

ସେହିପରି ଆଜି ଏବଂ ଆସନ୍ତାକାଲି ରମାଦେବୀ ବିଶ୍ୱବିଦ୍ୟାଳୟ ଅଧୀନରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି । ଏନେଇ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ଏହାସହ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ମଧ୍ୟ ପରୀକ୍ଷାକୁ ଘୁଞ୍ଚାଯାଇଥିବା ସୂଚନା ମିଳିଛି ।

ଅନ୍ୟପକ୍ଷେ, ଭାରତ ବନ୍ଦକୁ ନେଇ ଗତକାଲି ରାତିରୁ ପେଟ୍ରୋଲ ପମ୍ପରେ ଲାଗିଛି ପ୍ରବଳ ଗହଳି ଥିବା ଦେଖିବାକୁ ମିଳିଛି । ଲୋକେ ଘଣ୍ଟା ଘଣ୍ଟା ଧରି ଲାଇନ୍‌ରେ ରହି ଗାଡ଼ିରେ ତେଲ ପକାଉଛନ୍ତି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପେଟ୍ରୋଲ ପମ୍ପରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।

Leave A Reply

Your email address will not be published.