ଭୁବନେଶ୍ୱର: ଖୋର୍ଦ୍ଧା ଗଙ୍ଗପଡ଼ା ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଥିରେ ବାପ ଝିଅଙ୍କ ମୃତ୍ୟୁ ହୋଇଛି । ସ୍କୁଟରକୁ ଧକ୍କା ଦେଲା ହାଇୱା । ଦୁର୍ଘଟଣା ଫଳରେ ସ୍କୁଟରରେ ଯାଉଥିବା ବାପା ଏବଂ ଝିଅଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକ ୧୬ନଂ ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।
ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

ଏହା ସହିତ ସେମାନଙ୍କ ପରିବାର ର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାଏ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।