Latest Odisha News

BREAKING NEWS

ନବରଙ୍ଗପୁରରେ ଓଲଟିଲା ବସ; ୨ ମୃତ, ବହୁ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡିବାରୁ ୨ ଜଣ ବ୍ୟକ୍ତିଙ୍କର ଅନେକ ଯାତ୍ରୀ ଆହତ ହୋଇଛନ୍ତି ।

ପ୍ରାପ୍ତ ସୂଚନାନୁଯାୟୀ ଜେକେ ନାମକ ଏକ ବସ୍ ପାଖାପାଖି ୪୦ ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ ଜୟପୁରକୁ ଯାଉଥିବା ବେଳେ କୌଣସି କାରଣବଶତଃ ଡ୍ରାଇଭର ଜଣକ ଗାଡିର ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଏହି ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ନେଇ ସୂଚନା ମିଳିଛି ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ତଦନ୍ତ ଆରମ୍ଭ କରିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.