Latest Odisha News

ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ଆତଙ୍କୀ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ମଧ୍ୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ପୁଣି ଦୁଇ ମାଓବାଦୀ ପ୍ରାଣ ହରାଇଛନ୍ତି ।

ମିଳିଥିବା ସୂଚବା ଅନୁସାରେ, ତୁମୁଡ଼ିବନ୍ଧ ଥାନା ବିର୍ଲା ନିକଟବର୍ତ୍ତୀ ନାକୁଡ଼ିପଡ଼ା, ସଲାଗୁଡ଼ା, ଜୁନାଗଡ଼, ଡିଣ୍ଡେରପାଟା ଅଞ୍ଚଳରେ ସୁରକ୍ଷାକର୍ମୀ କୁମ୍ବିଂ ଅପରେସନ କରୁଥିବା ବେଳେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ମାଓବାଦୀ ମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାପରେ ପାଲଟା ଗୁଳିଚାଳନା କରିଥିଲେ ସୁରକ୍ଷାକର୍ମୀ । ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ଦୁଇଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଜଣେ ମହିଳା ଓ ଅନ୍ୟଜଣେ ପୁରୁଷ ମାଓବାଦୀ ଥିବା ଜଣାପଡ଼ିଛି ।

ସର୍ଚ୍ଚ ଅପରେସନ ବେଳେ ଘଟଣାସ୍ଥଳରୁ ଗୋଟିଏ ଇନସାସ୍ ଓ ଦୁଇଟି ଦେଶି ବନ୍ଧୁକ ସହ ବିଭିନ୍ନ ସାମଗ୍ରୀ ଜବତ କରିଛି ପୋଲିସ୍ । ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ କୁମ୍ବିଂ ଓ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଥିବା ସୂତ୍ରରୁ ପ୍ରକାଶ।

Leave A Reply

Your email address will not be published.