Latest Odisha News

BREAKING NEWS

ଜାମ୍ମୁ-କାଶ୍ମୀର: ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିପାତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ବରମୂଳା ଜିଲ୍ଲାର ସୋପୋରେ ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି ।

ସୂଚନା ଅନୁଯାୟୀ କିଛି ଆତଙ୍କବାଦୀ ବରମୂଳା ଜିଲ୍ଲାର ସୋପୋରେ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରାଯିବା ସହ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.