Latest Odisha News

BREAKING NEWS

ଶ୍ରୀନଗର: ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ବଡଗାମ୍ ଜିଲ୍ଲାରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଏକ ରିପୋର୍ଟ ଅନୁଯାୟୀ ନିକଟସ୍ଥ ଜଗୋ ଆରିଜଲ୍ ଅଞ୍ଚଳରେ ଏହି ଏନକାଉଣ୍ଟର ଆରମ୍ଭ ହୋଇଥିଲା ।

ସୂଚନା ଅନୁଯାୟୀ ପାଖାପାଖି ୨ରୁ ୩ଜଣ ଆତଙ୍କବାଦୀ ଜଗୋ ଆରିଜଲ୍ ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ପରବର୍ତ୍ତୀ ସମୟରେ ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀ ମାନେ ଏକ ସର୍ଚ୍ଚ ଅପରେସନ ଜାରି କରିଥିଲେ ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.