Latest Odisha News

ଜମ୍ମୁ-କାଶ୍ମୀର: ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଅବନ୍ତୀପୁରା ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଅବନ୍ତୀପୁରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ବେଳେ ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.