ଶ୍ରୀନଗର : ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲ୍ଲାର ରାଜପୋରା ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।
ମିଳିଥିବା ସୂଚନାନୁଯାୟୀ କିଛି ଆତଙ୍କବାଦୀ ପୁଲୱାମା ଜିଲ୍ଲାର ରାଜପୋରା ଅଞ୍ଚଳରେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ବିଶ୍ୱସ୍ତ ସୁତ୍ରରୁ ଖବର ମିଳିଥିଲା । ଆତଙ୍କବାଦୀ ମାନଙ୍କୁ ଧରିବା ପାଇଁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଏକ ତଲାସି ଅଭିଯାନ ଆରମ୍ଭ କରାଯାଇଥିଲା ।
ଏହି ସର୍ଚ୍ଚ ଅପରେସନ ବେଳେ ଲୁଚି ରହିଥିବା ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା କରାଯାଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ଚାଳନାରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।
ଅପରପକ୍ଷେ ଘଟଣାସ୍ଥଳରୁ ଯବାନ ମାନେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ସେନା ପକ୍ଷରୁ ତଲାସି ଅଭିଯାନକୁ ଜାରି ରହିଥିବା ନେଇ ସୂଚନା ମିଳିଛି ।
Comments are closed.