Latest Odisha News

BREAKING NEWS

ଜାମ୍ମୁ-କାଶ୍ମୀର: ପୁଲୱାମା ଏନକାଉଣ୍ଟରେ ୨ ଆତଙ୍କବାଦୀ ମୃତ

ଶ୍ରୀନଗର : ଜାମ୍ମୁ-କାଶ୍ମୀର ଅନ୍ତର୍ଗତ ପୁଲୱାମା ଜିଲ୍ଲାର ଟ୍ରାଲ ସେକ୍ଟର ନିକଟସ୍ଥ ଗୁଲଶନପୋରା ଅଞ୍ଚଳରେ ଗୁରୁବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ପୁଲୱାମା ଜିଲ୍ଲା ନିକଟସ୍ଥ ଟ୍ରାଲ ସେକ୍ଟର ନିକଟସ୍ଥ ଗୁଲଶନପୋରା ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହୋଇଥିଲା ବେଳେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ୨ ଜଣ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଅନ୍ୟପକ୍ଷରେ ଏହି ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ମୃତ୍ୟୁବରଣ କରିଥିଲା ବେଳେ ସେନାର ୩ଜଣ ଯବାନ ମଧ୍ୟ ଆହତ ହୋଇଥିବା ନେଇ ସୂଚନା ମିଳିଛି ।

ତେବେ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ବେଳେ ସେନା ପକ୍ଷରୁ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.